ରାଜ୍ୟରେ ଆଉ ୧୪୩ କରୋନା ସଂକ୍ରମିତ ଚିହ୍ନଟ, ୫୩୦୩ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | June 22, 2020 IST

ଭୁବନେଶ୍ବର ୨୨।୬: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୧୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୪୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୬ ଜଣ, ନୟାଗଡ ଜିଲ୍ଲାରୁ ୧୩ ଜଣ, ବାଲେଶ୍ବର ଜିଲ୍ଲାରୁ ୧୩ ଜଣ, କଟକ ଜିଲ୍ଲାରୁ ୨୦ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ ଜଣ ଏବଂ ପଶ୍ଚିମବଙ୍ଗରୁ ଅମ୍ଫାନ୍ ଡ୍ୟୁଟି ସାରି ଫେରିଥିବା ୨ ଏନଡିଆରଏଫ କର୍ମଚାରୀ ରହିଛନ୍ତି ।

wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.