Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ରାଜ୍ୟରେ ଆଉ ୨୧୦ କରୋନା ସଂକ୍ରମିତ ଚିହ୍ନଟ, ୫୯୬୨ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

25/06/2020 at 9:48 AM

ଭୁବନେଶ୍ବର ୨୫।୬: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୨୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୯୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୨୧୦ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪୭ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୫୮ ଜଣ, କଟକ ଜିଲ୍ଲାରୁ ୫ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୮ ଜଣ, ଗଜପତି ଜିଲ୍ଲାରୁ ୨୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ ଜଣ ଏବଂ ଅମ୍ଫାନ୍ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିବା ୬ ଜଣ ଏନଡିଆରଏଫ କର୍ମଚାରୀ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୯୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୧୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts