ରାଜ୍ୟରେ ୬ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଚିହ୍ନଟ ହେଲେ ଆଉ ୨୧୮ ଆକ୍ରାନ୍ତ
26/06/2020 at 10:35 AM

ଭୁବନେଶ୍ବର ୨୬।୬: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।
ଚିହ୍ନଟ ହୋଇଥିବା ୨୧୮ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪୯ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଭଦ୍ରକ ଜିଲ୍ଲାରୁ ୨୫ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୦ ଜଣ, ଗଜପତି ଜିଲ୍ଲାରୁ ୨୭ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ବାଲେଶ୍ବର ଜିଲ୍ଲାରୁ ୭ ଜଣ ଏବଂ ଅମ୍ଫାନ୍ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିବା ୭ ଜଣ ଏନଡିଆରଏଫ କର୍ମଚାରୀ ରହିଛନ୍ତି ।
COVID-19 REPORT FOR 25th JUNE
— I & PR Department, Odisha (@IPR_Odisha) June 26, 2020
New positive Cases: 218
In quarantine: 198
Local contacts: 20
(Details of local contacts will be shared by concerned District Administration)
DISTRICT WISE CASES
1. Khordha: 17
2. Nawarangpur: 1
3. Ganjam: 49
4. Angul: 1
5. Cuttack: 5
6. Jagatsinghpur: 29
— I & PR Department, Odisha (@IPR_Odisha) June 26, 2020
7. Bhadrak: 25
8. Kandhamal : 1
9. Nuapada: 2
10. Jharsuguda: 4
11. Keonjhar: 2
12. Jajpur: 1
13. Puri: 10
14. Gajapati: 27
15. Boudh: 1
16. Sundargarh: 11
17. Kendrapada: 6
18. Sambalpur: 2
19. Mayurbhanj: 9
20. Koraput: 1
21. Balasore: 7
22. NDRF personnel: 7
— I & PR Department, Odisha (@IPR_Odisha) June 26, 2020
(Returned from Amphan duty in WB)
New recoveries: 168
Cumulative tested: 244588
Positive: 6180
Recovered: 4291
Active Cases: 1865
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୧୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୬୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୨୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।