ରାଜ୍ୟରେ ଆଉ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ, ୬୩୫୦ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | June 27, 2020 IST

ଭୁବନେଶ୍ବର ୨୭।୬: ରାଜ୍ୟରେ ଆଉ ୧୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୭୦ ସଂକ୍ରମିତଙ୍କ ମଧ୍ୟରୁ ନବରଙ୍ଗପୁର ଜିଲ୍ଲାରୁ ୧୯ ଜଣ, ରାୟଗଡା ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ଗଞ୍ଜାମ ଜିଲ୍ଲାରୁ ୫୮ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, କଟକ ଜିଲ୍ଲାରୁ ୧୪ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ଜଣେ ଏବଂ ଅମ୍ଫାନ୍ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିବା ଜଣେ ଏନଡିଆରଏଫ କର୍ମଚାରୀ ରହିଛନ୍ତି ।

wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୩୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.