Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ରାଜ୍ୟରେ ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ, ୬୬୧୪ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

28/06/2020 at 10:33 AM

ଭୁବନେଶ୍ବର ୨୮।୬: ରାଜ୍ୟରେ ଆଉ ୨୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୧୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୨୬୪ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୮ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪୧ ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ୧୮ ଜଣ, ନୂଆପଡା ଜିଲ୍ଲାରୁ ଜଣେ, ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, କଟକ ଜିଲ୍ଲାରୁ ୧୨ ଜଣ, ଅନୁଗୋଳ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୭୬ ଜଣ, ନୟାଗଡ ଜିଲ୍ଲାରୁ ୨ ଜଣ, ଗଜପତି ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୬୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୬୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts