Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଡାକ୍ତରଖାନାରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଅଟକ
  • ||
  • ସୋନପୁର : ଘର ଭାଙ୍ଗି ଶୋଇଥିବା ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ସୋର : ଟଙ୍କା ପାଇଁ ଯୁବକଙ୍କୁ ଅପହରଣ ଘଟଣା, କୋଲକାତାରୁ ଅପହୃତ ତାପସ ଉଦ୍ଧାର
  • ||
  • ସୁନ୍ଦରଗଡ଼ : ନଦୀ ପଠାରେ ପଡିଛି ଶରୀରର ବିଭିନ୍ନ କଟା ଅଂଶ, ହତ୍ୟା ପରେ ଫିଙ୍ଗାଯାଇଛି !
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||

ରାଜ୍ୟରେ ଆଉ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ୬୮୫୯ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

29/06/2020 at 10:21 AM

ଭୁବନେଶ୍ବର ୨୯।୦୬: ରାଜ୍ୟରେ ଆଉ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୮୫୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୧ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ୨୪୫ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ , ବରଗଡ ଜିଲ୍ଲାରୁ ୧୦ଜଣ , ଭଦ୍ରକ ଜିଲ୍ଲାରୁ ୨ଜଣ , କଟକ ଜିଲ୍ଲାରୁ ୭ଜଣ , ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୪୦ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ ଜିଲ୍ଲାରୁ ୩ଜଣ, ରାୟଗଡା ଜିଲ୍ଲାରୁ ଜଣେ , ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପଶ୍ଚିମବଙ୍ଗ ଯାଇଥିବା ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ୍ରାଫ ବାହିନୀର ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୮୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts