Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ରାଜ୍ୟରେ ୭ହଜାର ଟପିଲା କରୋନା ସଂକ୍ରମିତ ସଂଖ୍ୟା, ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ

30/06/2020 at 9:38 AM

ଭୁବନେଶ୍ବର ୩୦।୬: ରାଜ୍ୟରେ ଆଉ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୬୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ୨୦୬ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୬ ଜଣ, କଟକ ଜିଲ୍ଲାରୁ ୧୭ ଜଣ, ଦେବଗଡ ଜିଲ୍ଲାରୁ ୧୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୭ ଜଣ, ଯାଜପୁର ଜିଲ୍ଲାରୁ ୨୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କୋରାପୁଟ ଜିଲ୍ଲାରୁ ୧୮ ଜଣ, ମାଲକାନଗିରି ଜିଲ୍ଲାରୁ ୩୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୯୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୩ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts