Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ରାଜ୍ୟରେ ଆଉ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ , ୭୩୧୬ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

1/07/2020 at 10:34 AM

ଭୁବନେଶ୍ବର ୦୧।୦୭ : ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ୨୫୧ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ , ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ ଜିଲ୍ଲାରୁ ୧୨ଜଣ, ବଲଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩୨ଜଣ, ଦେଓଗଡ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୦୨ଜଣ, ଝାରସୁଗୁଡା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, ମାଲକାନଗିରିରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ଜଣେ ହୋଇଥିବା ବେଳେ ପଶ୍ଚିମବଙ୍ଗ ଯାଇଥିବା ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ୍ରାଫ ବାହିନୀର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୯୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୧୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୫ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts