Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ରାଜ୍ୟରେ ଆଉ ୪୯୫ କରୋନା ସଂକ୍ରମିତ ଚିହ୍ନଟ, ୮୬୦୧ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

4/07/2020 at 10:19 AM

ଭୁବନେଶ୍ବର ୪।୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୦୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୦ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ୪୯୫ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୬ ଜଣ, ଅନୁଗୋଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ବର ଜିଲ୍ଲାରୁ ୧୩ ଜଣ, ଭଦ୍ରକ ଜିଲ୍ଲାରୁ ୧୨ ଜଣ, କଟକ ଜିଲ୍ଲାରୁ ୧୩ ଜଣ, ଢେଙ୍କାନାଳ ଜିଲ୍ଲରୁ ଜଣେ, ଗଜପତି ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ୮ ଜଣ, କନ୍ଧମାଳ ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୧ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, କୋରାପୁଟ ଜିଲ୍ଲାରୁ ୫ ଜଣ, ମାଲକାନଗିରି ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୮ ଜଣ, ସମ୍ବଲପୁର ଜିଲ୍ଲାରୁ ୬ ଜଣ, ସୋନପୁର ଜିଲ୍ଲାରୁ ୨ ଜଣ ଏବଂ ସୁନ୍ଦରଗଡ ଜିଲ୍ଲାରୁ ୩୬ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୭୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୯ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts