Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ରାଜ୍ୟରେ ଆଉ ୪୬୯ କରୋନା ସଂକ୍ରମିତ ଚିହ୍ନଟ, ୯୦୭୦ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

5/07/2020 at 10:04 AM

ଭୁବନେଶ୍ବର ୦୫।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୭୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ୪୬୯ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧ଜଣ, ବାଲେଶ୍ୱର ଜିଲ୍ଲା ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୯୪ଜଣ, ଗଜପତି ୧୨ଜଣ, ଗଞ୍ଜାମ ୧୧୬ଜଣ, ଯାଜପୁର ଜିଲ୍ଲାରୁ ୨୫, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ , କେନ୍ଦ୍ରାପଡା ଜିଲ୍ଲାରେ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ ଜିଲ୍ଲାରୁ ୨୪ଜଣ, ପୁରୀ ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୬ଜଣ ରହିଥିବା ବେଳେ ବାତ୍ୟ ଆମ୍ଫାନ ପାଇଁ ପଶ୍ଚିମବଙ୍ଗ ଯାଇଥିବା NDRF ଯବାନଙ୍କ ମଧ୍ୟରୁ ୪ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୯୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୯୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୯ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts