Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ନିର୍ବାଚନରେ କରୋନା ନିୟମର ଖୁଲମ୍‌ଖୁଲା ଉଲଙ୍ଘନ, ଏପ୍ରିଲ୍‌ ୧୬ରେ ସର୍ବଦଳୀୟ ବୈଠକ ଡକାଇଲେ ନିର୍ବାଚନ ଆୟୋଗ
  • ||
  • ଭୁବନେଶ୍ବର : ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ପରୀକ୍ଷା ହେବ କି ନାହିଁ ସେନେଇ ଚିନ୍ତା କରିବୁ – ଗଣଶିକ୍ଷା ମନ୍ତ୍ରୀ
  • ||
  • ଯାଜପୁର : ଏକ ତରଫା ପ୍ରେମରୁ ଯୁବକଙ୍କ ଉନ୍ମତକାଣ୍ଡ, ବାହା ହେବାକୁ ରାଜି ନହେବାରୁ ସମ୍ପର୍କୀୟ ଭଉଣୀଙ୍କୁ ଚେଙ୍କ ଦେଲା ଭାଇ
  • ||
  • ବାଲେଶ୍ବର : ସମୁଦ୍ରରେ ମାଛ ଧରା ବନ୍ଦ, ଆଜିଠୁ ଜୁନ୍ ୧୫ ଯାଏଁ ବଳବତ୍ତର ରହିବ କଟକଣା
  • ||
  • ଭୁବନେଶ୍ବର : କୋଭିଡ୍ ନିୟମ ଉଲଂଘନକାରୀଙ୍କଠୁ ୨ କୋଟି ୧୭ ଲକ୍ଷ ଟଙ୍କା ଫାଇନ୍ ଆଦାୟ
  • ||
  • ଭୁବନେଶ୍ବର : ୟେଲୋ ଜୋନ୍‌କୁ ଗଲା ୫ ଜିଲ୍ଲା, ପୂର୍ବରୁ ୨ ଜିଲ୍ଲା ରହିଛି ରେଡ୍ ଜୋନ୍‌ରେ
  • ||
  • ଝାରସୁଗୁଡା : କୋଇଲା ଖଣି ମ୍ୟାନେଜର ଅଫିସରୁ ମହିଳା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରି : ମାଲକାନଗିରିରୁ ଛତିଶଗଡକୁ ସଂଯୋଗ ସମସ୍ତ ରାସ୍ତା ସିଲ୍, ଅପ୍ରେଲ ୩୦ଯାଏଁ ବସ୍ ଚଳାଚଳ ଠପ୍
  • ||
  • CBSE ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ, ଛାତ୍ରଛାତ୍ରୀଙ୍କ ମାର୍କ ସ୍ଥିର କରିବ ବୋର୍ଡ
  • ||

ଭାରତରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ମାତ୍ର ୧୫ ଦିନରେ ଦୁଇ ଗୁଣ ହେଲା କରୋନା ସଂକ୍ରମଣ

3/06/2020 at 10:49 AM

ନୂଆଦିଲ୍ଲୀ ୩।୬: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଯାଇଛି । ଭାରତରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭ ହଜାର ୬୧୫ରେ ପହଞ୍ଚିଛି ।  ଗତ ୩ ଦିନ ହେଲା ଭାରତରେ ଦୈନିକ ୮ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷରୁ ୨ ଲକ୍ଷରେ ପହଞ୍ଚିବାକୁ ମାତ୍ର ୧୫ ଦିନ ଲାଗିଛି ।

ଆଜି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ଭିତରେ ୮ ହଜାର ୯୦୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟା ଭିତରେ ୨୦୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହିତ ମୋଟ୍ ମୃତ୍ୟୁ ସଂଖ୍ୟା ୫ ହଜାର ୮ ଶହ ୧୫ରେ ପହଞ୍ଚିଛି । ଦେଶରେ ମୋଟ୍ ଆକ୍ଟିଭ୍ କେସ୍ ସଂଖ୍ୟା ମଧ୍ୟ ଲକ୍ଷେ ଟପିଯାଇଛି । ୧ ଲକ୍ଷ ୧ ହଜାର ୪୯୭ଟି ମୋଟ୍ ଆକ୍ଟିଭ୍ କେସ୍ ରହିଛି । ଆଶ୍ବସ୍ତିକର ଖବର ଯେ, ୧ ଲକ୍ଷରୁ ଅଧିକ ଲୋକ ମଧ୍ୟ ସୁସ୍ଥ ହୋଇଛନ୍ତି ।

ଭାରତ ଏବେ ବିଶ୍ବର ସପ୍ତମ ସବୁଠାରୁ ଅଧିକ କରୋନା ପ୍ରଭାବିତ ଦେଶ । ୨ ଲକ୍ଷ ୩୩ ହଜାର ଆକ୍ରାନ୍ତ ସହିତ ଇଟାଲୀ ଷଷ୍ଠ ସ୍ଥାନରେ ରହିଛି । ଆମେରିକାରେ ୧୮ ଲକ୍ଷରୁ ଅଧିକ ଆକ୍ରାନ୍ତ ହୋଇଥିବାବେଳେ ବ୍ରାଜିଲରେ ୫ ଲକ୍ଷ ୨୦ ହଜାରରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି ।

   Related Posts