Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଖୁସି ଖବର ! ମୁମ୍ବାଇ ସମେତ ପୂରା ମହାରାଷ୍ଟ୍ରରେ କମିଛି ସଂକ୍ରମିତଙ୍କ ସଂଖ୍ୟା, ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ

26/04/2021 at 10:16 PM

ମୁମ୍ବାଇ ୨୬/୪: ଦେଶରେ ସଂକ୍ରମଣ ସାଢ଼େ ତିନି ଲକ୍ଷ ପାର କରିଥିବା ବେଳେ ଏବେ ସଂକ୍ରମଣ କମିବା ଆରମ୍ଭ କରିଛି ! ସବୁଠୁ ଅଧିକ ପ୍ରଭାବିତ ମହାରାଷ୍ଟ୍ରରେ ନୂଆ ସଂକ୍ରମିତଙ୍କ ସଂଖ୍ୟା କମିଥିବା ଜଣାପଡ଼ିଛି। ମୁମ୍ବାଇ ସମେତ ପୁରା ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣ କମ୍‌ ରହିଛି। ମହାରାଷ୍ଟ୍ରରେ ୪୮,୭୦୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୁମ୍ବାଇରୁ ୩,୭୯୨ ମାମଲା ମିଳିଛି।

କିନ୍ତୁ ମୃତ୍ୟୁ ସଂଖ୍ୟା ଅଧିକ କମିନାହିଁ। ଗୋଟିଏ ଦିନରେ କରୋନାରେ  ୫୨୪ ଲୋକଙ୍କ ଜୀବନ ଯାଇଛି । ଜଣେ ବରିଷ୍ଠ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ମୁମ୍ବାଇରେ ମହାମାରୀ ସ୍ଥିତିରେ ସୁଧାର ଆସିଥାଇପାରେ। ସୋମବାର ୪୧,୦୦୦ ନମୂନା ଯାଞ୍ଚ କରାଯାଇଥିଲା। ସେଥିମଧ୍ୟରୁ ୩,୭୯୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

୪ ଏପ୍ରିଲ୍‌ରେ ମୁମ୍ବାଇରେ ରେକର୍ଡ ୧୧,୧୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। କିନ୍ତୁ ଗତ କିଛି ଦିନ ହେଲା ସଂକ୍ରମିତଙ୍କ ସଂଖ୍ୟା କମୁଥିବା ଦେଖିବାକୁ ମିଳିଛି। ରବିବାର ୫,୫୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।  ମହାମାରୀର ଦ୍ବିତୀୟ ଲହର ଆଶାଠୁ ଅଧିକ ଉଗ୍ର। ବର୍ତ୍ତମାନ କଟକଣା ଢ଼ିଲା ହେବାକୁ ଥିଲେ ବି କରୋନା ନିୟମ ମାନିବାକୁ ଲୋକଙ୍କୁ ଅପିଲ୍‌ କରିଛନ୍ତି ଏଣ୍ଡୋକ୍ରାଇନୋଲୋଜିଷ୍ଟ ଡାକ୍ତର ଶଶାଙ୍କ ଯୋଶୀ।  

   Related Posts