Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜଧାନୀରେ ଆଉ ୩୨୪ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୧୫୧

21/08/2020 at 6:08 PM

ଭୁବନେଶ୍ୱର, ୨୧|୦୮:  ଭୁବନେଶ୍ୱରରୁ ଶୁକ୍ରବାର ୩୨୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨୦ରେ ପହଁଚିଛନ୍ତି ।

ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୭୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୫୧ । ଏହାସହ ୧୦୮ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ, ରାଜଧାନୀରେ ଏବେସୁଦ୍ଧା ୬୭୨୦ଟି ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବା ବେଳେ ୪୦୬୧ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୩୩ଜଣ ପ୍ରାଣ ହରାଇଥିବା ବେଳେ ୨୬୧୮ଟି ସକ୍ରିୟ କେସ୍ ରହିଛି ।

   Related Posts