Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||

ରାଜ୍ୟରେ ୧୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଉ ୫୭୧ କୋଭିଡ-୧୯ ପଜିଟିଭ୍ ଚିହ୍ନଟ

7/07/2020 at 10:25 AM

ଭୁବନେଶ୍ୱର ୦୭ ।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୯୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳର ୪, ବାଲେଶ୍ୱରର ୨୮, ଭଦ୍ରକରୁ ୧, ବଲାଙ୍ଗୀରରୁ ୫, କଟକରୁ ୨୯, ଢେଙ୍କାନାଳରୁ ୧, ଗଜପତିରୁ ୫୬, ଗଞ୍ଜାମରୁ ୨୭୩, ଜଗତସିଂପୁରରୁ ୧୭, ଯାଜପୁରରୁ ୧୬, ଝାରସୁଗୁଡାରୁ ଜଣେ, କେନ୍ଦ୍ରାପଡାରୁ ୩,  କେଉଁଝରରୁ ୭, ଖୋର୍ଧାରୁ ୩୭, ମୟୂରଭଞ୍ଜରୁ ୧୪, ନବରଙ୍ଗପୁରରୁ ୭, ନୟାଗଡରୁ ଜଣେ, ପୁରୀରୁ ୪, ରାୟଗଡାରୁ ୧୦, ସମ୍ବଲପୁରରୁ ୬ ଓ ସୁନ୍ଦରଗଡରୁ ୫୧ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୫୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୪୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେସୁଦ୍ଧା ରାଜ୍ୟରେ ୩୦୨୭୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts