ରାଜ୍ୟରେ ଲକ୍ଷେ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଚିହ୍ନଟ ହେଲେ ଆଉ ୩୦୧୪ ଆକ୍ରାନ୍ତ

Published By : Prameya-News7 Bureau | August 30, 2020 IST

ଭୁବନେଶ୍ୱର ୩୦।୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୦୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୯୩୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୪୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩୮ଜଣ, ବରଗଡ଼ ଜିଲ୍ଲାରୁ ୧୨୪ଜଣ, ଭଦ୍ରକ ଜିଲ୍ଲାରୁ ୪୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫ଜଣ, କଟକ ଜିଲ୍ଲାରୁ ୩୩୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୯ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୬୬ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦ଜଣ, କନ୍ଧମାଳ ଜିଲ୍ଲାରୁ ୬୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୪ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୮୪ଜଣ, କୋରାପୁଟ ଜିଲ୍ଲାରୁ ୧୨୦ଜଣ, ମାଲକାନଗିରି ଜିଲ୍ଲାରୁ ୪୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮ଜଣ, ନୟାଗଡ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୨, ସୋନପୁର ଜିଲ୍ଲାରୁ ୪୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୧ଜଣ ରହିଛନ୍ତି ।

wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୬୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୦୭୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୩୧୫୫୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.