Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ରାଜ୍ୟରେ ଚିହ୍ନଟ ହେଲେ ୩୨୧୯ କରୋନା ସଂକ୍ରମିତ ଚିହ୍ନଟ, ୧୦୯୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

2/09/2020 at 10:53 AM

ଭୁବନେଶ୍ୱର ୦୧।୦୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୯୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୨୮୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯୪ଜଣ, ବରଗଡ଼ ଜିଲ୍ଲାରୁ ୧୮୫ଜଣ, ଭଦ୍ରକ ଜିଲ୍ଲାରୁ ୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୩୬ଜଣ, କଟକ ଜିଲ୍ଲାରୁ ୪୦୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୭ଜଣ, ଗଜପତି ଜିଲ୍ଲାରୁ ୨୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୯ଜଣ, ଜଗତସିଂହପୁର ଜିଲ୍ଲାରୁ ୬୦ଜଣ, ଯାଜପୁର ଜିଲ୍ଲାରୁ ୧୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୩୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୩୧ଜଣ, କୋରପୁଟ ଜିଲ୍ଲାରୁ ୯୦ଜଣ, ମାଲକାନଗିରି ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୫ଜଣ, ନୟାଗଡ଼ ଜିଲ୍ଲାରୁ ୬୨ଜଣ, ନୂଆପଡ଼ା ଜିଲ୍ଲାରୁ ୪୯ଜଣ, ପୁରୀ ଜିଲ୍ଲାରୁ ୨୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୭୮ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୯୭୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୪୪୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୦୭୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୯୧୦୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts