Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ
  • ||

ରାଜ୍ୟରେ ରେକର୍ଡ ସଂଖ୍ୟକ ୧୫୯୪ କରୋନା ସଂକ୍ରମିତ ଚିହ୍ନଟ, ୨୨ହଜାର ଅତିକ୍ରମ କଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

24/07/2020 at 11:09 AM

ଭୁବନେଶ୍ୱର ୨୪।୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୫୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୬୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୦ ଜଣ, ବାଲେଶ୍ବର ଜିଲ୍ଲାରୁ ୨୨ ଜଣ, ବରଗଡ ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୬୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲ୍ଲାରୁ ୪୧ ଜଣ, କଟକ ଜିଲ୍ଲାରୁ ୧୩୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଗଜପତି ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୭୩୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୮ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୧୭ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୦ ଜଣ, କୋରାପୁଟ ଜିଲ୍ଲାରୁ ୩୩ ଜଣ, ମାଲକାନଗିରି ଜିଲ୍ଲାରୁ ୯ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ନୟାଗଡ ଜିଲ୍ଲାରୁ ୧୦ ଜଣ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫୬ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୬୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୩୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୩୩୫୭୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts