Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସ: ୪୧ ବର୍ଷ ପରେ କ୍ଵାର୍ଟର ଫାଇନାଲ୍‌ରେ ଭାରତୀୟ ମହିଳା ହକି ଦଳ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୯୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ
  • ||
  • ଭୁବନେଶ୍ବରରୁ ଦିନକରେ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୯ ସୁସ୍ଥ
  • ||
  • ଭାରତ-ଚୀନ ମଧ୍ୟରେ ଥମିବ କି ବିବାଦ ! ୯ ଘଣ୍ଟା ଧରି ଚାଲିଲା ୧୨ତମ ବୈଠକ, ଗୋଗରା-ହଟ୍ ସ୍ପ୍ରିଙ୍ଗରୁ ସୈନ୍ୟ ପ୍ରତ୍ୟାହାର ଉପରେ ଜୋର
  • ||
  • ଜେଲ୍‌ ଗଲେ କୋଟିପତି ପିଏସ୍‌ ବିରଞ୍ଚି ସାହୁ
  • ||
  • ସେମି ଫାଇନାଲରେ ହାରିଲେ ସିନ୍ଧୁ, ଧୂଳିସାତ ହେଲା ସ୍ଵର୍ଣ୍ଣ ପଦକ ଆଶା, ଏବେ କାଂସ୍ୟ ଉପରେ ନଜର
  • ||
  • ସରକାରୀ-ବେସରକାରୀ ସ୍ବିମିଂ ପୁଲ ଖୋଲିବ
  • ||
  • ମୀନା ବଜାର ଖୋଲାଯାଇପାରିବ
  • ||
  • ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ
  • ||
  • ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି
  • ||

ରାଜ୍ୟରେ ଆଜି ୧୩୨୦ କରୋନା ସଂକ୍ରମିତ ଚିହ୍ନଟ, ୨୪ହଜାର ଅତିକ୍ରମ କଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

25/07/2020 at 9:46 AM

ଭୁବନେଶ୍ୱର ୨୫।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୩୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୦୧୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୪୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୯୦ଜଣ, ଗଞ୍ଜାମ ଜିଲ୍ଲାରୁ ୫୬୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨୩ଜଣ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩୯ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୪ଜଣସ କୋରାପୁଟ ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯୦ଜଣ, ରାୟଗଡ଼ା ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୦୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୬୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୨୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୪୬୩୧୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts