Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ରାଜ୍ୟରେ ଆଉ ୧୩୭୬ କରୋନା ସଂକ୍ରମିତ ଚିହ୍ନଟ, ୨୫୩୮୯ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

26/07/2020 at 10:05 AM

ଭୁବନେଶ୍ୱର ୨୬।୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୩୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୩୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ୧୯ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୭୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ୧୫ଜଣ, ଗଜପତି ଜିଲ୍ଲାରୁ ୭୪ଜଣ, ଗଞ୍ଜାମ ଜିଲ୍ଲାରୁ ୪୮୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୭ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୩୦ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯୧ଜଣ, ରାୟଗଡ଼ା ଜିଲ୍ଲାରୁ ୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୩୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୨୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୯୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୫ ୮୧୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts