Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ରାଜ୍ୟରେ ଆଉ ୧୫୦୩ କରୋନା ସଂକ୍ରମିତ ଚିହ୍ନଟ, ୨୬ହଜାର ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

27/07/2020 at 9:47 AM

ଭୁବନେଶ୍ୱର ୨୭।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୫୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୦୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ୧୯ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୨ଜଣ, ଗଜପତି ଜିଲ୍ଲାରୁ ୭୩ଜଣ, ଗଞ୍ଜାମ ଜିଲ୍ଲାରୁ ୪୯୧ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୫୧ଜଣ, ଝାରସୁଗୁଡା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୭୩ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୩ଜଣ, କୋରାପୁଟ ଜିଲ୍ଲାରୁ ୩୪ଜଣ, ମାଲକାନଗିରି ଜିଲ୍ଲାରୁ ୩୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୬୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୮୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୯୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୬୭୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୬୭୪୪୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts