ରାଜ୍ୟରେ ଆଉ ୧୨୧୫ କରୋନା ସଂକ୍ରମିତ ଚିହ୍ନଟ, ୨୮ହଜାର ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | July 28, 2020 IST

ଭୁବନେଶ୍ୱର ୨୭।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୧୦୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାର ୧୧ଜଣ, ବାଲେଶ୍ୱର ଜିଲ୍ଲାର ୨୯ଜଣ, ବରଗଡ ଜିଲ୍ଲାର ୧୦ଜଣ, ଭଦ୍ରକ ଜିଲ୍ଲାର ୨ଜଣ, ବଲାଙ୍ଗୀର ଜିଲ୍ଲା ୨୧ଜଣ , ବୌଦ୍ଧ ଜିଲ୍ଲାରୁ ୨ଝଣ, କଟକ ଜିଲ୍ଲାରୁ ୬୦ଜଣ, ଦେଓଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୮୯ଜଣ, ଗଞ୍ଜାମ ଜିଲ୍ଲାରୁ ୩୩୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪୭ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୭୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୨ଜଣ, କୋରାପୁଟ ଜିଲ୍ଲାରୁ ୭୩ଜଣ, ମାଲକାନଗିରି ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୧୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୭୩୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୭୬୫୬୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.