Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ରାଜ୍ୟରେ ଆଉ ୧୦୬୮ କରୋନା ସଂକ୍ରମିତ ଚିହ୍ନଟ, ୨୯ ହଜାର ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

29/07/2020 at 10:00 AM

ଭୁବନେଶ୍ୱର ୨୮।୦୭ : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୦୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୧୭୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୦୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯ଜଣ, ବରଗଡ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, କଟକ ଜିଲ୍ଲାରୁ ୬୧ଜଣ, ଦେଓଗଡ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୮୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୪ଜଣ, କୋରାପୁଟ ଜିଲ୍ଲାରୁ ୬୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୧୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୧୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୯୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୦୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୮୭୩୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts