Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ରାଜ୍ୟରେ ରେକର୍ଡ ଭାଙ୍ଗୁଛି କରୋନା, ଚିହ୍ନଟ ହେଲେ ଆଉ ୧୨୦୩ ସଂକ୍ରମିତ

30/07/2020 at 9:35 AM

ଭୁବନେଶ୍ୱର ୩୦।୦୭ : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୪୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୫୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭୨, ଗଞ୍ଜାମ ଜିଲ୍ଲାରୁ ୨୫୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୪୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୦ଜଣ, କୋରାପୁଟ ଜିଲ୍ଲାରୁ ୬୬ଜଣ, ମାଲକାନଗିରି ଜିଲ୍ଲାରୁ ୬୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୪ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୪୦ଜଣ , ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୩୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୨୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୯୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୦୦୨୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts