Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ରାଜ୍ୟରେ ଆଉ ୧୪୯୯ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୧୮୭୭ରେ ପହଞ୍ଚିଲା

31/07/2020 at 10:38 AM

ଭୁବନେଶ୍ୱର ୩୧।୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୪୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୫ ଜଣ, ବାଲେଶ୍ବର ଜିଲ୍ଲାରୁ ୩୭ ଜଣ, ବରଗଡ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୯ ଜଣ, କଟକ ଜିଲ୍ଲାରୁ ୨୮ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୨ ଜଣ, ଗଜପତି ଜିଲ୍ଲାରୁ ୯୭ ଜଣ, ଗଞ୍ଜାମ ଜିଲ୍ଲାରୁ ୩୬୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁର ଜିଲ୍ଲାରୁ ୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୪୪ ଜଣ, କନ୍ଧମାଳ ଜିଲ୍ଲାରୁ ୫୦ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୪ ଜଣ, କୋରାପୁଟ ଜିଲ୍ଲାରୁ ୮୧ ଜଣ, ମାଲକାନଗିରି ଜିଲ୍ଲାରୁ ୨୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩ ଜଣ, ନୟାଗଡ ଜିଲ୍ଲାରୁ ୬୭ ଜଣ, ନୂଆପଡା ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ୩୬ ଜଣ, ରାୟଗଡା ଜିଲ୍ଲାରୁ ୪୦ ଜଣ, ସମ୍ବଲପୁର ଜିଲ୍ଲାରୁ ୫୬ ଜଣ, ସୋନପୁର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୫ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୯୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୭୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୧୪୫୭୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts