Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ରାଜ୍ୟରେ ଆଉ ୧୪୩୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩ରେ ପହଞ୍ଚିଲା

2/08/2020 at 10:31 AM

ଭୁବନେଶ୍ୱର ୦୨।୦୮:  ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୪୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୪୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୯୧ଜଣ, ଜଗତସିଂହପୁର ଜିଲ୍ଲାୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୫୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୮ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୬୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୯୭ଜଣ, ସମ୍ବଲପୁର ଜିଲ୍ଲାରୁ ୫୧ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼଼ ଜିଲ୍ଲାରୁ ୭୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୪୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୨୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୪୩୩୧୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts