Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ରାଜ୍ୟରେ ଆଉ ୧୬୯୯ କରୋନା ଆକ୍ରାନ୍ତ ଚିହ୍ନଟ, ୪୦ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

6/08/2020 at 10:37 AM

ଭୁବନେଶ୍ୱର ୦୬।୦୮:  ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୮୧ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୧୦୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୭ଜଣ, ଗଜପତି ଜିଲ୍ଲାରୁ ୫୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୬୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୪୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୭୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୦ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ମାଲକାନଗିରି ଜିଲ୍ଲାରୁ ୭୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୧ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୭୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୭୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୭୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୦୦୫୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts