Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୧୮୩୩ କରୋନା ଆକ୍ରାନ୍ତ, ୪୨ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

7/08/2020 at 10:41 AM

ଭୁବନେଶ୍ୱର ୭।୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୧୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୯ଜଣ, ବାଲେଶ୍ବର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୩୪ଜଣ, କଟକ ଜିଲ୍ଲାରୁ ୧୨୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୩ଜଣ, ଗଜପତି ଜିଲ୍ଲାରୁ ୩୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୭୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୮୪ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୮ଜଣ, କୋରାପୁଟ ଜିଲ୍ଲାରୁ ୪୭ଜଣ, ମାଲକାନଗିରି ଜିଲ୍ଲାରୁ ୩୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୬୧ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୋନପୁର ଜିଲ୍ଲାରୁ ୩୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୧୬୬୪୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts