Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୭୩୪ କରୋନା ଆକ୍ରାନ୍ତ, ୪୫ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

9/08/2020 at 10:19 AM

ଭୁବନେଶ୍ୱର ୦୯।୦୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୯୨୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୫୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭୩ଜଣ, ବରଗଡ଼ ଜିଲ୍ଲାରୁ ୫୧ଜଣ, ଭଦ୍ରକ ଜିଲ୍ଲାରୁ ୫୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୭୭ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୯ଜଣ, ଗଜପତି ଜିଲ୍ଲାରୁ ୮୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪ଜଣ, କନ୍ଧମାଳ ଜିଲ୍ଲାରୁ ୫୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୨ଜଣ, କୋରାପୁଟ ଜିଲ୍ଲାରୁ ୬୦ଜଣ, ମାଲକାନଗିରି ଜିଲ୍ଲାରୁ ୫୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୧୦୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୫୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫୯୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୨୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୫୦୧୮୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts