Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୫୨୮ କରୋନା ଆକ୍ରାନ୍ତ, ୪୭ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

10/08/2020 at 10:57 AM

ଭୁବନେଶ୍ୱର ୧୦।୦୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୫୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୪୫୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୮୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୯ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୭୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୭ଜଣ, ଗଜପତି ଜିଲ୍ଲାରୁ ୩୧ଜଣ, ଗଞ୍ଜାମ ଜିଲ୍ଲାରୁ ୨୩୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୬୭ଜଣ, ମାଲକାନଗିରି ଜିଲ୍ଲାରୁ ୩୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୪୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୭୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୬୯୨୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି 

   Related Posts