ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୧୯୮୧ କରୋନା ଆକ୍ରାନ୍ତ, ୫୨ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | August 13, 2020 IST

ଭୁବନେଶ୍ୱର ୧୨।୦୮ : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୯୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୬୫୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୫୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୯ଜଣ, ବରଗଡ ଜିଲ୍ଲାରୁ ୨୭ଜଣ, ଭଦ୍ରକ ଜିଲ୍ଲାରୁ ୬୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ବୌଦ୍ଧ ଜିଲ୍ଲାରୁ ୨୨ଜଣ, କଟକ ଜିଲ୍ଲାରୁ ୧୩୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୯ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୬୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୩୯ଜଣ, କନ୍ଧମାଳ ଜିଲ୍ଲାରୁ ୧୭୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୯୭ଜଣ, ମାଲକାନଗିରି ଜିଲ୍ଲାରୁ ୬୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ନୟାଗଡ ଜିଲ୍ଲାରୁ ୫୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୭୭ଜଣ, ରାୟଗଡ଼ା ଜିଲ୍ଲାରୁ ୫୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୮ଜଣ, ସୋନପୁର ଜିଲ୍ଲାରୁ ୫୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୫ଜଣ ରହିଛନ୍ତି । 

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୨୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୮୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୬୪୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୬୫୦୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.