ରାଜ୍ୟରେ ଚିହ୍ନଟ ହେଲେ ୧୯୭୭ କରୋନା ସଂକ୍ରମିତ, ୫୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | August 14, 2020 IST

ଭୁବନେଶ୍ୱର ୧୪।୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୯୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୬୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୪୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬ ଜଣ, ବରଗଡ ଜିଲ୍ଲାରୁ ୨୨ ଜଣ, ଭଦ୍ରକ ଜିଲ୍ଲାରୁ ୧୧୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ବୌଦ୍ଧ ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୧୦୧ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ ଜଣ, ଗଜପତି ଜିଲ୍ଲାରୁ ୯୩ ଜଣ, ଗଞ୍ଜାମ ଜିଲ୍ଲାରୁ ୨୮୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୪ ଜଣ, ଯାଜପୁର ଜିଲ୍ଲାରୁ ୬୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୪୮ ଜଣ, କନ୍ଧମାଳ ଜିଲ୍ଲାରୁ ୬୦ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୨ ଜଣ, କୋରାପୁଟ ଜିଲ୍ଲାରୁ ୯୦ ଜଣ, ମାଲକାନଗିରି ଜିଲ୍ଲାରୁ ୫୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲାରୁ ୭୫ ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ ଜଣ, ପୁରୀ ଜିଲ୍ଲାରୁ ୮୩ ଜଣ, ରାୟଗଡ଼ା ଜିଲ୍ଲାରୁ ୭୦ ଜଣ, ସମ୍ବଲପୁର ଜିଲ୍ଲାରୁ ୫୯ ଜଣ, ସୋନପୁର ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୮ ଜଣ ରହିଛନ୍ତି । 

wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୪୬୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୩୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୯୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୦୭୮୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.