Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ଚିହ୍ନଟ ହେଲେ ୨୫୮୯ କରୋନା ସଂକ୍ରମିତ, ୬୭ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

19/08/2020 at 11:02 AM

ଭୁବନେଶ୍ୱର ୧୯।୦୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୫୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭୧୨୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୧୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୦ଜଣ, ବରଗଡ ଜିଲ୍ଲାରୁ ୬୭ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୨୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫ଜଣ, ଗଜପତି ଜିଲ୍ଲାରୁ ୩୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୯୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୪୨ଜଣ, କନ୍ଧମାଳ ଜିଲ୍ଲାରୁ ୩୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୬୬ଜଣ, କୋରାପୁଟ ଜିଲ୍ଲାରୁ ୯୨ଜଣ, ମାଲକାନଗିରି ଜିଲ୍ଲାରୁ ୭୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୬ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୨୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୬୬ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୭୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୩୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୫୩୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୬୨୪୬୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts