Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ରାଜ୍ୟରେ ଚିହ୍ନଟ ହେଲେ ୨୯୪୯ କରୋନା ସଂକ୍ରମିତ, ୮୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

24/08/2020 at 10:57 AM

ଭୁବନେଶ୍ୱର ୨୪।୦୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୯୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୪୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୨୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୮୮ଜଣ, ବରଗଡ ଜିଲ୍ଲାରୁ ୬୨ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୫୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୭୯ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୨୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୩୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୬ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୪ଜଣ, କୋରାପୁଟ ଜିଲ୍ଲାରୁ ୧୮୧ଜଣ, ମାଲକାନଗିରି ଜିଲ୍ଲାରୁ ୭୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୯୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮୬ଜଣ, ରାୟଗଡା ଜିଲ୍ଲାରୁ ୧୪୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୪ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୬୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୪୪୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୬୩୬୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts