ରାଜ୍ୟରେ ଆଉ ୬୭ କରୋନା ସଂକ୍ରମିତ ଚିହ୍ନଟ, ୧୩୩୬ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | May 24, 2020 IST

ଭୁବନେଶ୍ବର ୨୪।୫: ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ରବିବାର ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬୭ ସଂକ୍ରମିତଙ୍କ ମଧ୍ୟରୁ ୬୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୪ ଜଣ ହୋମ୍ କ୍ବାରେଣ୍ଟାଇନ୍‌ରେ ରହିଥିଲେ । ଅନ୍ୟ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

{"id":275068,"sizeSlug":"large"}

ଗଞ୍ଜାମ ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଏବଂ ନୂଆପଡା ଜିଲ୍ଲାରୁ ଜଣେ ରହିଛନ୍ତି ।

{"id":275069,"width":563,"height":847,"sizeSlug":"large"}

ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା ୮୦ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୯ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, କଟକ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ନୟାଗଡ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୪ ଜଣ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ରହିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୪୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.