Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ରାଜ୍ୟରେ ଆଉ ୧୦୩ କରୋନା ସଂକ୍ରମିତ ଚିହ୍ନଟ, ୧୪୩୮ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

25/05/2020 at 9:40 AM

ଭୁବନେଶ୍ବର ୨୫।୦୫: ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସୋମବାର ରାଜ୍ୟରେ ଆଉ ୧୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୧୦୩ ସଂକ୍ରମିତଙ୍କ ମଧ୍ୟରୁ ୯୬ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ଆଜି ଚିହ୍ନଟ ହୋଇଥିବା ୧୦୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୪ଜଣ, ଯାଜପୁର ଜିଲ୍ଲାର ଜଣେ, ବାଲେଶ୍ୱରରୁ ୫ଜଣ, ଭଦ୍ରକରୁ ୮ଜଣ, ଖୋର୍ଦ୍ଧାରୁ ୫ଜଣ, କେନ୍ଦ୍ରାପଡାରୁ ୧୫ଜଣ, ଜଗତସିଂହପୁରରୁ ୧୦ଜଣ, ଦେଓଗଡରୁ୨୨, ବଲାଙ୍ଗୀରରୁ ୮ଜଣ, ମାଲକାନଗିରିରୁ ୯ଜଣ, ମୟୁରଭଞ୍ଜରୁ ଜଣେ, କେନ୍ଦୁଝରରୁ ଜଣେ, ଗଜପତିରୁ ୬ଜଣ, କୋରାପୁଟରୁ ୬ଜଣ, କନ୍ଧମାଳରୁ ଜଣେ ଏବଂ ଢେଙ୍କାନାଳରୁ ଜଣେ ଚିହ୍ନଟ ହୋଇଛନ୍ତି । ଆଜି ସର୍ବାଧିକ ସଂକ୍ରମିତ ଦେଓଗଡ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ରବିବାର ଦିନ ଚିହ୍ନଟ ହୋଇଥିବା ୬୭ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଏବଂ ନୂଆପଡା ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି୫୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts