Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୧୨ଶହ, ଚିହ୍ନଟ ହେଲେ ଆଉ ୮୦ କରୋନା ସଂକ୍ରମିତ

23/05/2020 at 10:04 AM

ଭୁବନେଶ୍ବର ୨୩।୫: ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଶନିବାର ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୯ ଛୁଇଁଲାଣି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ୮୦ ସଂକ୍ରମିତଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ହୋମ୍ କ୍ବାରେଣ୍ଟାଇନ୍‌ରେ ଦୁଇ ଜଣ ରହିଥିଲେ । ଅନ୍ୟ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ଜଣାପଡିଛି ।

ଚିହ୍ନଟ ହୋଇଥିବା ୮୦ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୯ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, କଟକ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ନୟାଗଡ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୪ ଜଣ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୪୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts