ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ, ୧୫୧୭ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | May 26, 2020 IST

ଭୁବନେଶ୍ବର ୨୬।୫: ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ମଙ୍ଗଳବାର ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୭୯ ସଂକ୍ରମିତଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

{"id":276114,"sizeSlug":"large"}

ମଙ୍ଗଳବାର ଚିହ୍ନଟ ହୋଇଥିବା ୭୯ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୧୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୮ ଜଣ, କନ୍ଧମାଳ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ ଏବଂ ସୋନପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

{"id":276115,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.