Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ରାଜ୍ୟରେ ଆଉ ୭୬ କରୋନା ପଜିଟିଭ୍ ଚିହ୍ନଟ, ୧୫୯୩ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

27/05/2020 at 9:38 AM

ଭୁବନେଶ୍ବର ୨୭।୫: ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ବୁଧବାର ରାଜ୍ୟରେ ଆଉ ୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୭୬ ସଂକ୍ରମିତଙ୍କ ମଧ୍ୟରୁ ୭୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ବୁଧବାର ଚିହ୍ନଟ ହୋଇଥିବା ୭୬ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୦ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩ ଜଣ, କଟକ ଜିଲ୍ଲାରୁ ୧୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ ଜଣ, ନୟାଗଡ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୧୩ ଜଣ ଚିହ୍ନଟ ହୋଇଛନ୍ତି ।

ମଙ୍ଗଳବାର ରାଜ୍ୟରେ ୭୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ୭୯ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୧୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୮ ଜଣ, କନ୍ଧମାଳ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ ଏବଂ ସୋନପୁର ଜିଲ୍ଲାରୁ ଜଣେ ରହିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts