ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ, ୧୬୬୦କୁ ବୃଦ୍ଧି ପାଇଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | May 28, 2020 IST

ଭୁବନେଶ୍ବର ୨୮।୫: ରାଜ୍ୟରେ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଗୁରୁବାର ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬୭ ସଂକ୍ରମିତଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

{"id":277224,"sizeSlug":"large"}

୬୭ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ସଂକ୍ରମିତ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୧୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ବରଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

{"id":277234,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୬୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୮୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.