Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ପୁଣି ଚିହ୍ନଟ ହେଲେ ୬୩ କରୋନା ପଜିଟିଭ୍, ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି

29/05/2020 at 10:55 AM

ଭୁବନେଶ୍ବର ୨୯।୫: ରାଜ୍ୟରେ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଶୁକ୍ରବାର ରାଜ୍ୟରେ ଆଉ ୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬୩ ସଂକ୍ରମିତଙ୍କ ମଧ୍ୟରୁ ୬୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ଶୁକ୍ରବାର ଚିହ୍ନଟ ହୋଇଥିବା ୬୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ ସଂକ୍ରମିତ ରହିଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୯ ଜଣ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ଜଣେ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts