ରାଜ୍ୟରେ ଆଉ ୧୨୯ କରୋନା ସଂକ୍ରମିତ ଚିହ୍ନଟ, ୧୯୪୮ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | May 31, 2020 IST

ଭୁବନେଶ୍ବର ୩୧।୫: ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରବିବାର ଦିନ ରାଜ୍ୟରେ ଆଉ ୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତଙ୍କ ମଧ୍ୟରୁ କିଛି କ୍ବାରେଣ୍ଟାଇନ୍ ସେଣ୍ଟରର ହୋଇଥିବା ବେଳେ ଅନ୍ୟ କିଛି ସ୍ଥାନୀୟ ରହିଛନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ସର୍ବାଧିକ ୧୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

{"id":278724,"sizeSlug":"large"}

ରବିବାର ଚିହ୍ନଟ ହୋଇଥିବା ୧୨୯ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୧୦ ଜଣ, ବାଲେଶ୍ବର ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୧୬ଜଣ , ଦେବଗଡ ଜିଲ୍ଲାରୁ ୪ ଜଣ, ନୂଆପଡା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ , ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଥିବା ବେଳେ ବରଗଡ ଜିଲ୍ଲାରୁ ୬ଜଣ ରହିଛନ୍ତି ।

{"id":278728,"width":588,"height":885,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.