ରାଜ୍ୟରେ ସର୍ବାଧିକ ୧୫୬ କରୋନା ସଂକ୍ରମିତ ଚିହ୍ନଟ, ୨୧୦୪ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
1/06/2020 at 10:15 AM

ଭୁବନେଶ୍ବର ୦୧।୦୬ : ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ସୋମବାର ଦିନ ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତଙ୍କ ମଧ୍ୟରୁ କିଛି କ୍ବାରେଣ୍ଟାଇନ୍ ସେଣ୍ଟରର ହୋଇଥିବା ବେଳେ ଅନ୍ୟ କିଛି ସ୍ଥାନୀୟ ରହିଛନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ସର୍ବାଧିକ ୫୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସୋମବାର ଚିହ୍ନଟ ହୋଇଥିବା୨୧୦୪ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୭ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡାରୁ ସର୍ବାଧିକ ୫୦ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ନୟାଗଡ ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ , କନ୍ଧମାଳ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ବରଗଡ ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ୯୬୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୧୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।