ରାଜ୍ୟରେ ଆଉ ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି

Published By : Prameya-News7 Bureau | June 02, 2020 IST

ଭୁବନେଶ୍ବର ୨।୬ : ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ମଙ୍ଗଳବାର ଦିନ ରାଜ୍ୟରେ ଆଉ ୧୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୩୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

{"id":280021,"sizeSlug":"large"}

ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭ ଜଣ, ଯାଜପୁର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୩ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୮ ଜଣ, ନୂଆପଡା ଜିଲ୍ଲାରୁ ୧୯ ଜଣ, ଗଜପତି ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

{"id":280019,"width":573,"height":905,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.