ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୩ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି

Published By : Prameya-News7 Bureau | June 03, 2020 IST

ଭୁବନେଶ୍ବର ୩।୬ : ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବୁଧବାର ରାଜ୍ୟରେ ଆଉ ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.