ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୦ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି
4/06/2020 at 10:35 AM

ଭୁବନେଶ୍ବର ୪।୬ : ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗୁରୁବାର ରାଜ୍ୟରେ ଆଉ ୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଗୁରୁବାର ସଂକ୍ରମିତ ହୋଇଥିବା ୯୦ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ ଜଣ, ଗଞ୍ଜାମ ଜିଲ୍ଲାରୁ ୨୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୯ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ବର ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତ ରହିଛନ୍ତି ।
8. Sambalpur:1
— I & PR Department, Odisha (@IPR_Odisha) June 4, 2020
9. Sundargarh: 5
10. Puri: 2
11. Cuttack: 5
12. Bargarh: 1
13. Dhenkanal: 10
Total Positive-90
New recoveries: 91
Cumulative tested: 165824
Positive: 2478
Recovered: 1416
Active cases: 1053
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୪୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।