ରାଜ୍ୟରେ ଆଉ ୧୭୩ କରୋନା ସଂକ୍ରମିତ ଚିହ୍ନଟ, ୨୭୮୧କୁ ବୃଦ୍ଧି ପାଇଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
6/06/2020 at 9:44 AM

ଭୁବନେଶ୍ବର ୬।୬ : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ଶନିବାର ରାଜ୍ୟରେ ଆଉ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୭୩ ସଂକ୍ରମିତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ୧୯ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୧୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୬୪ ଜଣ, ଗଜପତି ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ବାଲେଶ୍ବର ଜିଲ୍ଲାରୁ ୧୧ ଜଣ, ପୁରୀରୁ ଜଣେ ଏବଂ ନୂଆପଡା ଜିଲ୍ଲାରୁ ୮ ଜଣ ରହିଛନ୍ତି ।

8. Kalahandi: 2
— I & PR Department, Odisha (@IPR_Odisha) June 6, 2020
9. Ganjam: 64
10. Gajapati: 10
11. Bolangir: 11
12. Balasore: 11
13. Puri: 1
14. Nuapada: 8
Total- 173
New recoveries: 123
Cumulative tested: 172621
Positive: 2781
Recovered: 1604
Active cases: 1167
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୬୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୬୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।