ଚିହ୍ନଟ ହେଲେ ଆଉ ୧୪ ଆକ୍ରାନ୍ତ, ରାଜ୍ୟରେ ୨୮୪ ଛୁଇଁଲା ରୋଗୀଙ୍କ ସଂଖ୍ୟା

Published By : Prameya-News7 Bureau | May 09, 2020 IST

ଭୁବନେଶ୍ବର ୯।୫ : ରାଜ୍ୟରେ ଉପର ମୁହାଁ ହେଉଛି କରୋନା ଗ୍ରାଫ୍ । ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଶନିବାର ରାଜ୍ୟରେ ଆଉ ୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଏହି ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୧୨ଜଣ ରହିଥିବା ବେଳେ ଭଦ୍ରକ ଜିଲ୍ଲାର ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାର ଜଣେ ଆକ୍ରାନ୍ତ ରହିଛନ୍ତି ।

{"id":266942,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶୁକ୍ରବାର ବିଭିନ୍ନ ସ୍ଥାନରୁ ୫୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ୫୨ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ଭଦ୍ରକ ଜିଲ୍ଲାରୁ ୩ ଜଣ ରହିଥିଲେ । ଫଳରେ ଗଞ୍ଜାମ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୧ରେ ପହଞ୍ଚିଥିଲା । ଆଜି ଆଉ ୧୨ ଜଣ ଚିହ୍ନଟ ହେବା ପରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୩ରେ ପହଞ୍ଚିଛି । ଗଞ୍ଜାମ ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ସେହିପରି କେନ୍ଦ୍ରାପଡା ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଥିଲା । ଏମାନଙ୍କ ମଧ୍ୟରୁ ୬ଟି ଆକ୍ଟିଭ କେସ୍ ରହିଥିବା ବେଳେ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

{"id":266947,"width":577,"height":899,"sizeSlug":"large"}

ସେହିଭଳି ଭଦ୍ରକ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଥିଲା । ଆଜି ଆଉ ଜଣେ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୧୩ଟି ଆକ୍ଟିଭ କେସ୍ ଥିବାବେଳେ ୧୨ଜଣ ସୁସ୍ଥ ହୋଇ ଫେରିଛନ୍ତି । ସେହିଭଳି ସୁନ୍ଦରଗଡରେ ଆଜି ଆଉ ଜଣେ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୭ଟି ଆକ୍ଟିଭ୍ କେସ୍ ଥିବା ବେଳେ ୬ ଜଣ ସୁସ୍ଥ ହୋଇଛନ୍ତି । ତେବେ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଅଧିକାଂଶ ସଂକ୍ରମିତ ହେଉଛନ୍ତି ସୁରଟ ଫେରନ୍ତା । ଏବେ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୩ ଛୁଇଁବା ସହ ରାଜ୍ୟରେ ସର୍ବାଧିକ ସଂକ୍ରମିତ ହେଉଛନ୍ତି ଏହି ଜିଲ୍ଲାର । ସେହିପରି ଶୁକ୍ରବାର ଜଣେ ସଂକ୍ରମିତ ସୁସ୍ଥ ହୋଇଥିଲେ ।

{"id":266948,"sizeSlug":"large"}

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.