ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୫ କରୋନା ଆକ୍ରାନ୍ତ, ୨୮୫୬ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | June 07, 2020 IST

ଭୁବନେଶ୍ବର ୭।୬ : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା। ଶନିବାର ରାଜ୍ୟରେ ଆଉ ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ରବିବାର ଚିହ୍ନଟ ହୋଇଥିବା ୭୫ ସଂକ୍ରମିତଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୫ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୮ ଜଣ, ପୁରୀ ଜିଲ୍ଲାରୁ ଜଣେ, ନୂାପଡା ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୭୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.