ରାଜ୍ୟରେ ପୁଣି ୩ ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୨୮୭

Published By : Prameya-News7 Bureau | May 09, 2020 IST

ଭୁବନେଶ୍ବର ୯।୫ : ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଶନିବାର ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୩ଜଣ ସଂକ୍ରମିତ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣାପଡିଛି । ପୂର୍ବରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପୁଣି ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ଏହାକୁ ମିଶାଇ ଶନିବାର ୧୭ ଆକ୍ରାନ୍ତ ଚିହ୍ନଟ ହେଲେଣି ।

{"id":266964,"width":581,"height":791,"sizeSlug":"large"}

ପୂର୍ବରୁ ଚିହ୍ନଟ ହୋଇଥିବା ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୧୨ଜଣ ରହିଥିବା ବେଳେ ଭଦ୍ରକ ଜିଲ୍ଲାର ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାର ଜଣେ ଆକ୍ରାନ୍ତ ରହିଥିଲେ । ମୟୁରଭଞ୍ଜ ଜିଲ୍ଲାରେ ଆଜି ଆଉ ୩ଜଣ ପଜିଟିଭ ଚିହ୍ନଟ ହେବା ପରେ ସଂକ୍ରମିତଙ୍କ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ଜିଲ୍ଲାରେ କେହି ହେଲି ବି ଆକ୍ରାନ୍ତ ସୁସ୍ଥ ହୋଇନାହାନ୍ତି ।

{"id":266975,"width":582,"height":915,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

{"id":266978,"width":579,"height":651,"sizeSlug":"large"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.