Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୨୮୮ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

9/05/2020 at 3:04 PM

ଭୁବନେଶ୍ବର ୯।୫: ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଶନିବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ସଂକ୍ରମିତ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ଶନିବାର ମୋଟ୍ ୧୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ପୂର୍ବରୁ ଚିହ୍ନଟ ହୋଇଥିବା ୧୭ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୧୨ ଜଣ ରହିଥିବାବେଳେ ୩ ଜଣ ମୟୂରଭଞ୍ଜ ଜିଲ୍ଲା, ଭଦ୍ରକ ଜିଲ୍ଲାର ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାର ଜଣେ ଆକ୍ରାନ୍ତ ରହିଥିଲେ । ଗଞ୍ଜାମ ଜିଲ୍ଲାରେ ମୋଟ୍ ୮୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେହି ହେଲେ ବି ସୁସ୍ଥ ହୋଇନାହାନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରେ ଆଜି ଆଉ ୩ଜଣ ପଜିଟିଭ ଚିହ୍ନଟ ହେବା ପରେ ସଂକ୍ରମିତଙ୍କ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ଜିଲ୍ଲାରେ କେହି ହେଲେ ବି ଆକ୍ରାନ୍ତ ସୁସ୍ଥ ହୋଇନାହାନ୍ତି । ଭଦ୍ରକ ଜିଲ୍ଲାରେ ୨୫ ଜଣ ସଂକ୍ରମିତ ରହିଛନ୍ତି । ଭଦ୍ରକ ଜିଲ୍ଲାରେ ୧୩ଟି ଆକ୍ଟିଭ୍ କେସ୍ ଥିବା ବେଳେ ୧୨ଜଣ ସୁସ୍ଥ ହୋଇଛନ୍ତି । ସେହିପରି ସୁନ୍ଦରଗଡ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ସେଥି ମଧ୍ୟରୁ ୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬ଜଣ ସୁସ୍ଥ ହୋଇଛନ୍ତି ।  

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts